ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ଭୁବନେଶ୍ୱର,୩/୫: ଆଜି ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ବାହାନଗା ରେଳ ଦୁର୍ଘଟଣା ପାଇଁ ଆଜି ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ଅନ୍ୟପଟେ ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶ ଏବେ ମର୍ମାହତ । ସମୟ ଗଡିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପରିବାର ପରିଜନ ନିଜ ଲୋକଙ୍କୁ ଏବେ ବି ଖୋଜି ହେଉଛନ୍ତି । ସବୁଆଡେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ ଯେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।