ମହଙ୍ଗା ଭତ୍ତା ୩ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯/୯:ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢିଲା ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତା ୩ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହା ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।