ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଡିସେମ୍ବର ୧୫ ତାରିଖ ସୁଦ୍ଧା ସଂପୂର୍ଣ୍ଣ କରିବାକୁ 5T ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୮/୧୦: ଫାଇଭ୍-ଟି ଓ ଆମ ଓଡ଼ିଆ ନବୀନ ଓଡିଶା ଅଧ୍ୟକ୍ଷ ହେବା ପରେ ପୁରୀ ଯାଇ ପ୍ରଥମ ଥର ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ୍ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ୱରାନ୍ୱିତ କରି ଡିସେମ୍ବର ୧୫ ତାରିଖ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଏହା ନୂଆବର୍ଷରେ ଭକ୍ତଙ୍କ ପାଇଁ ନୂଆ ଅନୁଭୂତି ହେବ ବୋଲି କହିଛନ୍ତି । ଏହା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ । ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।