୫୦ ଜଣ ନିର୍ବାଚିତ ସଦସ୍ୟ ମାନଙ୍କୁ ଦାୟିତ୍ୱ ପ୍ରଦାନ କଲେ ନବୀନ

ଭୁବନେଶ୍ୱର,୧୭/୦୭: ଆଗକୁ ବିଧାନସଭାର ମୌସୁମୀ ଅଧିବେଶନ ହେବାକୁ ଯାଉଛି। ଆଉ ଏହି ଅଧିବେଶନ ରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବାକୁ ଦାୟିତ୍ୱ ବାଣ୍ଟିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ୫୦ ଜଣ ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ନବୀନ ।

ନବୀନ କହିଛନ୍ତି, ବିରୋଧୀ ଦଳ ହେଉଛି ଜନସାଧାରଣଙ୍କ ସ୍ୱାର୍ଥର ଜାଗ୍ରତ ପ୍ରହରୀ । ବିଧାନସଭାରେ ବିରୋଧୀ ଦଳର ଏ ଦିଗରେ ଗୁରୁତ୍ୱପୂର୍ଣ ଭୂମିକା ରହିଛି । ତେଣୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର ରଖିବା ସହ ବିଧାନସଭାରେ ସମ୍ପୃକ୍ତ ବିଭାଗ ସମ୍ପର୍କିତ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରି ଓଡିଶାବାସୀଙ୍କ ହକ ତଥା ଜନସାଧାରଣଙ୍କ ସ୍ୱାର୍ଥକୁ ସୁରକ୍ଷିତ ରଖିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେଡିର ୫୦ ଜଣ ନିର୍ବାଚିତ ସଦସ୍ୟ ମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ।