ନିଟ୍ ପୁନଃ ପରୀକ୍ଷା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨/୦୮: ନିଟ୍ ପୁନଃ ପରୀକ୍ଷା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । କୋର୍ଟ କହିଛନ୍ତି ଯେ, ସବୁ ପକ୍ଷର ଦଲିଲ ଶୁଣିବା ପରେ କୋର୍ଟ ଏହି ସିଦ୍ଧାନ୍ତରେ ପହଞ୍ଚିଛନ୍ତି ଯେ, ଏହା ଏକ ସିଷ୍ଟୋମେଟିକ୍ ବିଫଳତା ନୁହେଁ । ପେପର ଲିକ୍ କେବଳ ହଜାରୀବାଗ ଓ ପାଟଣା ଅଞ୍ଚଳରେ ସୀମିତ ଥିଲା ।ଏଥିସହ କୋର୍ଟ ଆହୁରି ମଧ୍ୟ କହିଛନ୍ତି ଯେ, ଆମେ ଢାଞ୍ଚାଗତ ଦୁର୍ବଳତା ଉପରେ ଧ୍ୟାନ ଦେଇଛୁ । ଏଥିସହ ପରୀକ୍ଷା ଦେଉଥିବା ପରୀକ୍ଷାର୍ଥୀଙ୍କ ପରିଚୟ ସୁନିଶ୍ଚିତ କରିବା, ପେପର ଲିକ୍ ରୋକିବାକୁ ସୁଚିନ୍ତିତ ଏସଓପି ପ୍ରସ୍ତୁତ କରିବାକୁ ସରକାର ଓ ଏନଟିଏର ଦାୟିତ୍ୱ । ଏଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ଏହି ରାୟ ବିରୋଧରେ କେହି ଅଭିଯୋଗ କରିବାକୁ ଚାହୁଁଥିଲେ ହାଇକୋର୍ଟ ଯାଇପାରିବେ ବୋଲି କୋର୍ଟ କହିଛନ୍ତି ।ଖାସ୍ କରି ପ୍ରଶ୍ନପତ୍ର ପ୍ରସ୍ତୁତ ହେବା ପରଠାରୁ ପରୀକ୍ଷା ଶେଷ ହେବା ପର୍ଯ୍ୟନ୍ତ ପ୍ରଶ୍ନପତ୍ରକୁ କଡା ସୁରକ୍ଷା ଭିତରେ ରଖିବାକୁ କୋର୍ଟ କହିଛନ୍ତି ।