ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନରେ ନେତାଜୀ ଜୟନ୍ତୀ ପାଳିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩/୧:ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ନେତାଜୀଙ୍କ ଜୟନ୍ତୀଙ୍କୁ ପରାକ୍ରମ ଦିବସ ଭାବେ ପାଳିବ ସାରା ଦେଶ । ଏହାସହ ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନରେ ନେତାଜୀ ଜୟନ୍ତୀ ପାଳିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି କଟକରେ ବିଶ୍ବସ୍ତରୀୟ ବସ୍ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ନେତାଜୀଙ୍କ ନାମରେ କଟକ ଖାନନଗରରେ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ୧୨ ଏକର ଜମିରେ ହେବ ଏହି ବସ୍ ଟର୍ମିନାଲ ଓ ଏଥି ପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।