SRC ପ୍ରଦୀପ କୁମାର ଜେନା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୬/୨:  SRC ପ୍ରଦୀପ କୁମାର ଜେନା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ଆସନ୍ତା ୨୮ ତାରିଖରେ  ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରିବାକୁ ଥିବା ବେଳେ ମାର୍ଚ୍ଚ ୧ରେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ।  ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୯ ବ୍ୟାଚ୍ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦେଇଛନ୍ତି ଓଡ଼ିଶା ସରକାର ।

୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ, ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ ।

ସେହିପରି ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। ଓଇଆରସିର ଅଧ୍ୟକ୍ଷ ଭାବେ ତାଙ୍କୁ ଦାୟିତ୍ୱ ମିଳିଛି । ବରିଷ୍ଠ IAS ଅନୁ ଗର୍ଗ ହେବାକୁ ଯାଉଛନ୍ତି ନୂଆ ଉନ୍ନୟନ କମିଶନର ।