ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂ ଧାମୀ

ନୂଆଦିଲ୍ଲୀ, ୪/୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପୁଷ୍କର ସିଂ ଧାମୀ । ୧୧ ତମ ମୁଖ୍ୟମନ୍ତ୍ରୀ ଭାବେ ସେ  ଶପଥ ନେଇଛନ୍ତି।ତୀରଥ ସିଂ ରାୱତଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ପୁଷ୍ପର ସିଂ ଧାମୀ । ତେବେ ଧାମୀ ହୋଇଛନ୍ତି ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ ଗତ ୨ ତାରିଖ ଦିନ ବିଳମ୍ବିତ ରାତିରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ତୀରଥ ସିଂହ ରାୱତ ଇସ୍ତଫା ଦେଇଥିଲେ।  ରାଜ୍ୟପାଳଙ୍କୁ ଭେଟି ସେ ଇସ୍ତଫା ପତ୍ର ପ୍ରଦାନ କରିଥିଲେ।