ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ

ଭୁବନେଶ୍ୱର,୨୬/୪:  କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢି ବଢି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ଏବଂ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୩୨୭୦ ସକ୍ରିୟ ସଂକ୍ରମିତ ରହିଛନ୍ତି । ସେହିଭଳି ୩୫୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସୁସ୍ଥ ହାର ଠାରୁ ସଂକ୍ରମିତ ହାର ଅଧିକ ରହୁଛି ଯାହା ଏବେ ଚିନ୍ତା ବଢାଇ ଦେଇଛି । ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢୁଥିବା କାରଣରୁ ହସ୍ପିଟାଲ ଗୁଡିକରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ସେହିଭଳି ଜନଗହଳିପୂର୍ଣ୍ଣ ସ୍ଥାନରୁ ଦୂରରେ ରହିବାକୁ ପରାମର୍ଶ ଦିଆଯାଇଛି । କେବଳ ରାଜ୍ୟରେ ନୁହେଁ ଦେଶରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି ।