ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ କର୍ଫ୍ୟୁ

ଭୁବନେଶ୍ୱର, ୧୮/୨: ରାଜ୍ୟରେ ଏବେ କରୋନା ସ୍ଥିତି ଟିକେ ସୁଧୁରୁଛି। ତେଣୁ କୋଭିଡ କଟକଣା କୋହଳ କରିଛନ୍ତି ରାଜ୍ୟ ସରକାର। ରାଜ୍ୟର ସମସ୍ତ ସହରାଞ୍ଚଳରୁ ନାଇଟ କର୍ଫ୍ୟୁହଟେଇ ଦିଆଯାଇଛି। ଆଜି ଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ନାଇଟ କର୍ଫ୍ୟୁ ହଟିଛି । କୋଭିଡ଼ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କଟକଣା କୋହଳ କରାଯାଇଛି।

ସୂଚନାଯୋଗ୍ୟ ଯେ ଆଜି ରାଜ୍ୟରେ ଦିନକରେ ଆଉ ୬୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୯୩ ଓ ସ୍ଥାନୀୟ ଅଞ୍ଚଳରୁ ୨୭୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୬୪,୫୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭,୮୫୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।