ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୭/୪: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ୱିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଦେଇଛନ୍ତି। ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ୧୮ ମାସ ମଧ୍ୟରେ କାମ ଶେଷ ହେବ । ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।

ସୂଚନାଯୋଗ୍ୟ ଯେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କଟିଥିଲେ। ସେଠାରେ ନୀଳମାଧବ ପୀଠର ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ ।