ନିଶ୍ଚିନ୍ତକୋଇଲି ମର୍ମନ୍ତୁଦ ଦୁର୍ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨/୦୧: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ରେ ଘଟିଥିଲା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଘଟଣାରେ ୩ ଜଣଙ୍କ ପ୍ରାଣ ଚାଲିଯାଇଛି।ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ପ୍ରତି ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ସେମାନଙ୍କୁ ଉଦ୍ଧାର କରାଯାଇଛି। ବସଟି ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ବସରେ ଥିବା ୪୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି।