ଆସ୍ଥା ଭୋଟର ସମ୍ମୁଖୀନ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନୀତିଶ

ନୂଆଦିଲ୍ଲୀ, ୭/୦୨: ବିଜେପି ସହ ମିଶି ରାଜ୍ୟରେ ସରକାର ଗଠନ କରିବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଫେବ୍ରୁଆରି ୧୨ ତାରିଖରେ ବିଧାନସଭାରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ସରକାର ଆସ୍ଥା ଭୋଟର ସମ୍ମୁଖୀନ ହେବାର ପାଞ୍ଚ ଦିନ ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହୋଇଛି।

ବିହାରରେ ୬ଟି ରାଜ୍ୟସଭା ଆସନ ଖାଲି ପଡ଼ିଛି। ଖାଲି ପଡ଼ିଥିବା ଏହି ଆସନ ଗୁଡ଼ିକ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ।