ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ରାଜ୍ୟରେ ଖୋଲିବ ପୋଷଣ କେନ୍ଦ୍ର

ଭୁବନେଶ୍ୱର,୧୬/୦୩: ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ରାଜ୍ୟରେ ଖୋଲିବ ପୋଷଣ କେନ୍ଦ୍ର । ପାଇଲଟ୍‌ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପୋଷଣ କେନ୍ଦ୍ର ଜରିଆରେ ଗରିବ ଓ ମଧ୍ୟବିତ୍ତଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବେ ସରକାର ।ରାଜ୍ୟର ଖୋଲାଯିବାକୁ ଥିବା ସବୁ ପୋଷଣ କେନ୍ଦ୍ରରେ ଡାଲି, ଅଟା, ତେଲ ଓ ଚାଉଳ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ । ତେବେ ଏହାର ଲାଭ ଉଠାଇବା ପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ମିଳିବ । ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସବସିଡି ଦେବେ, ଏଥିପାଇଁ ଆଲୋଚନା ଚାଲିଛି । ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ । ଏହା ସଫଳ ହେଲେ ପ୍ରତି ପଂଚାୟତରେ ପୋଷଣ କେନ୍ଦ୍ର ଖୋଲିବ ବୋଲି ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ସେ ଆହୁରି କହିଛନ୍ତି, ଗୁଜୁରାଟ ମଡେଲରେ ପୋଷଣ କେନ୍ଦ୍ର ହେବ ବୋଲି ଯୋଜନା କରାଯାଇଛି।

Leave a Reply

Your email address will not be published. Required fields are marked *