ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ, ଲାଗୁ ହୋଇଥାଏ ନୂଆ ଓଡ଼ିଆ ପଞ୍ଜିକା

ଭୁବନେଶ୍ୱର,୧୪/୦୪: ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ। ଓଡ଼ିଆମାନେ ଆଜିର ଦିନକୁ ନୂଆ ବର୍ଷ ଭାବେ ପାଳନ କରନ୍ତି। ଏହାକୁ ମହାବିଷୁବ ସଂକ୍ରାନ୍ତି ମଧ୍ୟ କୁହାଯାଏ। ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର ବିଶେଷତ୍ୱ ହେଲା, ଏହିଦିନ ସୂର୍ଯ୍ୟ ପୃଥିବୀର ଠିକ୍ ମଧ୍ୟଭାଗରେ ଥିବା ବିଷୁବ ରେଖା ଉପରେ ଅବସ୍ଥିତ। ଆଜିଠୁ ଲାଗୁ ହେବ ଓଡ଼ିଆ ନୂଆ ପଞ୍ଜିକା।

ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ। ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ।