ରାଜ୍ୟରେ କରୋନା ସ୍ଥିତି ନେଇ କଣ କହିଲେ ପରିବାର କଲ୍ୟାଣ ନିର୍ଦେଶକ

ଭୁବନେଶ୍ୱର, ୫/୪: ରାଜ୍ୟରେ ଏବେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦିନକୁ ଏବେ ୪୦୦ ରୁ ୫୦୦ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହାରି ମଧ୍ୟରେ ରାଜ୍ୟରେ କରୋନା ସ୍ଥିତି ନେଇ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି ଯେ ଛତିଶଗଡ଼ରୁ ଆସୁଥିବା ଲୋକଙ୍କ ଟେଷ୍ଟିଂ ଓ ଟ୍ରେସିଂ କରାଯାଉଛି । ସୀମାବର୍ତ୍ତି ଜିଲ୍ଲାରେ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ଆଲର୍ଟ ଅଛନ୍ତି ।