ଆରମ୍ଭ ହେଲା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ, ଅଭିଭାଷଣରେ ପରିକ୍ରମା ପ୍ରକଳ୍ପର ପ୍ରଶଂସା କଲେ ରାଜ୍ୟପାଳ

ଭୁବନେଶ୍ୱର,୫/୦୨: ଷୋଡଶ ବିଧାନସଭାର ଶେଷ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।ସେ କହିଛନ୍ତି, ଗତ ୧୭ ଜାନୁଆରୀରେ ୮୦୦ କୋଟି ବ୍ୟୟରେ ହୋଇଥିବା ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରଙ୍କୁ ଧନ୍ୟବାଦ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ରାଜ୍ୟ ସରକାର ମା’ ସମଲେଇ ପ୍ରକଳ୍ପକୁ ମଧ୍ୟ ଲୋକାର୍ପିତ କରିଛନ୍ତି । ୨୦୦ କୋଟି ଟଙ୍କା ଖର୍ଚ୍ଚରେ ପଶ୍ଚିମ ଓଡ଼ିଶାର ପ୍ରତିଷ୍ଠିତ ମନ୍ଦିର ମା’ ସମଲେଇ ମନ୍ଦିରର ନବକଳେବର କରିଥିବାରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସେହିଭଳି ୨୮୦ କୋଟି ଟଙ୍କା ଖର୍ଚ୍ଚରେ ଲିଙ୍ଗରାଜ ମନ୍ଦିରର ଚତୁଃପାଶ୍ୱର୍ର ବିକାଶ କରିଛନ୍ତି ।