ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ

ଭୁବନେଶ୍ୱର,୮/୧୧: ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ସେ ବାଚସ୍ପତିଙ୍କୁ ଭେଟି ନି‌ଜ ଇସ୍ତଫାପତ୍ର ଦେଇଛନ୍ତି । ତେବେ ସେ କହିଛନ୍ତି ଯେ ଉପବାଚସ୍ପତି ଏକ ସାମ୍ବିଧାନିକ ପଦ । ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲି । ଆଖି ଆଗରେ ନିର୍ବାଚନ ଅଛି । ତେଣୁ ଦଳୀୟ ସଂଗଠନ ସହ ଦଳୀୟ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି । ୨୦୦୪ ମସିହାରୁ ସେ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଛନ୍ତି। ୨୦୧୯ ଜୁନ୍‌ ମାସରୁ ସେ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଥିଲେ । କୁହାଯାଉଛି ଯେ ଅନୁଗୁଳ ଜିଲ୍ଲାରେ ଦଳର ସଂଗଠନ ସେତେଟା ମଜବୁତ୍‌ ନ ଥିବା କୁହାଯାଉଛି। ଆଉ କିଛି ମାସ ପରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି ସବୁ ଜିଲ୍ଲାରେ ସଂଗଠନକୁ ମଜବୁତ୍ କରିବାକୁ ସବୁ ପ୍ରକାର ପ୍ରୟାସ କରୁଛି। ତେଣୁ ଅନୁଗୁଳରେ ରଜନୀକାନ୍ତ ସିଂହଙ୍କୁ ସାଂଗଠନିକ ଦାୟିତ୍ବ ଦିଆଯିବାର ସମ୍ଭାବନା ରହିଛି।