ଏପ୍ରିଲ ଶେଷରେ ମାଟ୍ରିକ ପରୀକ୍ଷା, ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୧/୩: ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ ୬ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଏପ୍ରିଲ ଶେଷରେ ହେବ ମାଟ୍ରିକ ସମେଟିଭ-୨ ପରୀକ୍ଷା ।  ସମ୍ମେଟିଭ୍ ଆସେସ୍ମେଣ୍ଟ ପରୀକ୍ଷା-୨ କରାଯିବ ଓ ଏହା ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ ହେବ । ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ । ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁ଼ଲ ଶିକ୍ଷକ ନିଯୁକ୍ତ ହେବେ । ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ । ଅନ୍ୟପଟେ ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳ ନିର୍ଦ୍ଧାରଣ କରିବେ ।୧ମ ପଦ୍ଧତି- ସମ୍ମେଟିଭ୍-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ଓ ସେହିପରି ୨ୟ ପଦ୍ଧତି- ସମ୍ମେଟିଭ୍-୨ର ମାର୍କ ୨ ଗୁଣ କରି ହିସାବ କରାଯିବ । ୩ୟ ପଦ୍ଧତିରେ ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ୍-୧ରୁ ୩୦% ପରି ମାର୍କିଙ୍ଗ କରାଯିବ । ସମ୍ମେଟିଭ୍-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ । ଯେଉଁ ପଦ୍ଧତିରେ ଛାତ୍ରଛାତ୍ରୀ ସର୍ବାଧିକ ରଖିବେ, ସେଇଟି ଚୂଡ଼ାନ୍ତ ହେବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।