କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ? ଏହି ରେସର କିଏ ଅଛି ଆଗରେ

ଭୁବନେଶ୍ୱର,୬/୦୬: ଓଡ଼ିଶାରେ କିଏ ହେବେ ମୁଖ୍ୟମନ୍ତ୍ରୀ? ମୁଖ୍ୟମନ୍ତ୍ରୀଙ୍କୁ ନେଇ ଜାରି ରହିଛି କଳ୍ପନାଜଳ୍ପନା । ଫଳାଫଳ ଆସିବାର ଗୋଟିଏ ଦିନ ପରେ ବି ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ସମସ୍ତେ କେନ୍ଦ୍ରୀୟ ନିଷ୍ପତିକୁ ଅପେକ୍ଷା କରି ରହିଛନ୍ତି । ଦିନେ ଦୁଇ ଦିନ ଭିତରେ ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି । ଦିଲ୍ଲୀରୁ ନାଁ ଚୂଡାନ୍ତ ହେବା ପରେ ଏଠାରେ ବିଧାୟକ ଦଳ ବୈଠକ ବସି ତାଙ୍କୁ ନେତା ନିର୍ବାଚିତ କରାଯିବ । ତେବେ କିଏ ହେବେ ମୁଖ୍ୟମନ୍ତ୍ରୀ । ଚର୍ଚ୍ଚାର ଶୀର୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ରହିଛି । ବୈଜୟନ୍ତ ପଣ୍ଡା, ପ୍ରତାପ ଷଡଙ୍ଗୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । ସେହିପରି ସରପ୍ରାଇଜ୍ କାର୍ଡ ଭାବେ ନୂଆ ଚେହେରା ମଧ୍ୟ ସାମ୍ନାକୁ ଆସିପାରେ । ଭାରତ ସରକାରଙ୍କ କଂଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଗିରିଶ ମୁର୍ମୁ ଓ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ନେଇ ବି ଜୋରଦାର ଚର୍ଚ୍ଚା କରାଯାଉଛି । ଜୁନ୍ ୧୦ ତାରିଖରେ ଭୁବନେଶ୍ୱରରେ ବିଜେପି ନେତା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।