୭୬ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ, କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ପାଳିବେନି ଜନ୍ମଦିନ

ଭୁବନେଶ୍ୱର, ୧୬/୧୦ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୧୯୪୬ରେ ସେ ଜନ୍ମ ହୋଇଥିବା ବେଳେ ତାଙ୍କୁ ଆଜି ୭୬ ବର୍ଷରେ ପାଦ ଦେଇଛନ୍ତି । ତେବେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ନବୀନ କହିଛନ୍ତି ଯେ ଓଡ଼ିଶାବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ପାଇଁ ସବୁବେଳେ ଋଣୀ । କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେବ ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ । ତେଣୁ ଏଭଳି ଏକ ସମୟରେ ନବୀନ ନିବାସ ନଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି ମହତ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।