ରାଜ୍ୟରେ ଆଜି ୪୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୭ ହଜାର ୪୩୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୨୮୨୦ ଜଣ ଚିକିତ୍ସାଧୀନ ଅଛନ୍ତି।