ସାଂଘାତିକ ସ୍ଥିତି: ରାଜ୍ୟରେ ଆଜି ୪୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୮୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୪୭ ହଜାର ୬୩୭ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୨୭,୮୨୧ ଜଣ ଚିକିତ୍ସାଧୀନ ଅଛନ୍ତି।