ଭିଜିଲାନ୍ସ ଜାଲରେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ

ଭୁବନେଶ୍ୱର,୧୬/୦୬: ଭିଜିଲାନ୍ସ ଜାଲରେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ । ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ୱରର ଭିମଟାଙ୍ଗୀ ଓ ରାଜାରାଣୀ କଲୋନୀରେ ଥିବା ଘର, ନିମାପଡାରେ ଥିବା ପୈତୃକ ଘର ଏବଂ ଫାର୍ମ ହାଉସରେ ଚଢାଉ ଜାରି  ରହିଛି। ଚଢାଉରେ ୨ଜଣ ଡିଏସପି ଏବଂ ୬ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି।