ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭୁବନେଶ୍ୱର,୫/୦୮: ଭିଜିଲାନ୍ସ ଜାଲରେ ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ, ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟ ସମେତ କଟକ, ଭୁବନେଶ୍ୱର, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାର ୧୨ଟି ଠିକଣାରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଟିମ୍। ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚାଲିଛି ଚଢ଼ାଉ। ଭଦ୍ରକରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ୱର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।