ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚମ୍ପୁଆର ଏଡିଇଓ

ଭୁବନେଶ୍ୱର,୧୩/୦୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପୁଆ ପଂଚାୟତର ଏଡିଇଓ ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛି। ତାଙ୍କ ପୈତୃକ ଘର, ତାଙ୍କ ଦ୍ବାରା ନିର୍ମିତ ଘର, ତାଙ୍କ ଭାଇଙ୍କ ଘର, ତାଙ୍କ ସମ୍ପର୍କୀୟଙ୍କ ଘର, ତାଙ୍କର କାଜୁ ପ୍ରୋସେସିଂ ୟୁନିଟ୍ ସାଇ କୃଷ୍ଣ ଏଣ୍ଟରପ୍ରାଇଜେସ୍ ଅଫ୍ ବୋରିଗୁମାରେ ଅବସ୍ଥିତ ତିନି ମହଲା କୋଠା ଓ କୋଟପାଡ ବ୍ଲକ ଅନ୍ତର୍ଗତ ବତାସନା ପଂଚାୟତରେ ଅବସ୍ଥିତ ତାଙ୍କର କାର୍ଯ୍ୟାଳୟ ପ୍ରକୋଷ୍ଠ ଆଦିରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଘର ଚଢ଼ାଉ କରାଯାଉଛି।

Leave a Reply

Your email address will not be published. Required fields are marked *