ଭିଜିଲାନ୍ସ ଜାଲରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୧୪/୧୧: ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ୪ଟି ସ୍ଥାନ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ଜଣେ ଅତିରିକ୍ତ ଏସପି, ୮ ଜଣ ଡିଏସପି, ୫ ଇନ୍ସପେକ୍ଟର, ଜଣେ ସବ୍-ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ଭିଜିଲାନ୍ସ ଚଢ଼ାଉ କରାଯାଉଛି।