ଗେମିଂ, କ୍ୟାସିନୋ ଓ ଘୋଡ଼ାଚଢ଼ା ଭଳି କ୍ରୀଡ଼ା ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ କରିବାକୁ ନିଷ୍ପତ୍ତି

ନୂଆଦିଲ୍ଲୀ, ୨/୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୫୧ତମ ଜିଏସଟି ପରିଷଦର ବୈଠକ ହୋଇଛି। ଏହି ବୈଠକରେ ଅନଲାଇନ୍ ଗେମିଂ, କ୍ୟାସିନୋ ଓ ଘୋଡ଼ାଚଢ଼ା ଭଳି କ୍ରୀଡ଼ା ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି। ଏହାସହ ଅର୍ଥମନ୍ତ୍ରୀ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଯେ ଅନଲାଇନ୍ ଗେମିଂ ଉପରେ ୨୮ ପ୍ରତିଶତ ଜିଏସଟି ଅକ୍ଟୋବର ୧ରୁ ଲାଗୁ ହେବ ବୋଲି ଆଶା କରାଯାଉଛି । ଏହା କାର୍ଯ୍ୟକାରୀ ହେବାର ୬ ମାସ ପରେ ଏହାର ସମୀକ୍ଷା କରାଯିବ ।

ଏହି ସାମ୍ବାଦିକ ସମ୍ମିଳନୀରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ଦୀର୍ଘ ୩ ବର୍ଷର ଆଲୋଚନା ପରେ ୨୮ ପ୍ରତିଶତ ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେ କହିଛନ୍ତି ଯେ ଜିଏସଟି କାଉନସିଲ ଅନଲାଇନ୍ ଗେମିଂ ଉପରେ ଟିକସ ଲଗାଇବା ପାଇଁ ଆବଶ୍ୟକ ସଂଶୋଧନ ଉପରେ ଆଲୋଚନା କରାଯାଇଛି ।