OPHWC ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର, ୧୮/୧୧: ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅପାରଗତା ଓ ଦୁର୍ନୀତି କାରବାର ପାଇଁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି। ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ପ୍ରତାପ ସାମଲ ନିଲମ୍ବିତ ହୋଇଥିଲେ। ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା ।