ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ, ମୃତ୍ୟୁ ବେଳକୁ ହୋଇଥିଲା ୭୬ ବର୍ଷ

ଭୁବନେଶ୍ୱର,୨୦/୦୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି । ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ କଟକ SCBରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କ ବୟସ ୭୬ ବର୍ଷ ହୋଇଥିଲା ।