ପଦ୍ମପୁର ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦/୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୧୭ ତାରିଖ ଯାଏଁ ଏହା ଜାରି ରହିବ । ୧୮ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିଭଳି ୨୧ ନଭେମ୍ବର ଯାଏଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ ।୫ ଡିସେମ୍ବରରେ ନିର୍ବାଚନ ହେବାକୁ ଥିବା ବେଳେ ୮ ଡିସେମ୍ବରରେ ଭୋଟ ଗଣତି ହେବ । ବିଜ୍ଞପ୍ତି ପ୍ରକାଶ ପାଇଥିଲେ ମଧ୍ୟ ଏଯାବତ୍ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇନାହିଁ ।