ପାକିସ୍ତାନର ଏକ ମସଜିଦରେ ଆତ୍ମଘାତୀ ହମଲା, ୨୦ମୃତ

ନୂଆଦିଲ୍ଲୀ,୩୦/୧: ପାକିସ୍ତାନ ପେଶାୱାରରେ ଥିବା ଏକ ମସଜିଦରେ ଆତ୍ମଘାତୀ ହମଲା ହୋଇଛି । ଏହା ଫଳରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କର ମୃତ୍ୟୁ ହାଇସାରିଥିବାବେଳେ, ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ତେବେ ମିଳିଥିବା ସୂଚନା ମୁତାବକ, ଏହି ଘଟଣା ଏପରି ଥିଲା ଯେ, ପୂରା ମସଜିଦ୍ ଦୋହଲି ଯାଇଥିଲା । ପେଶାୱାରର ପୋଲିସ ଲାଇନ୍ସ ପାଖରେ ଥିବା ମସଜିଦରେ ନମାଜ ପାଠ ପରେ ଏହି ବିସ୍ଫୋରଣ ଘଟିଛି । ଯାହାର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି ।