ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ହେଲେ ଶେହବାଜ୍ ଶରିଫ୍

ନୂଆଦିଲ୍ଲୀ,୧୧/୪: ଗତ କିଛି ମାସ ଧରି ପାକିସ୍ତାନରେ ଚାଲିଥିବା ରା‌ଜନୈତିକ କନ୍ଦଳର ଆଜି ଅନ୍ତ ଘଟିଛି। ବିରୋଧୀ ଦଳ ଇମ୍ରାନ ସରକାରଙ୍କୁ ହଟାଇ ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ  ହୋଇଛନ୍ତି। ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ଦୌଡ଼ରୁ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ଓହରିବା ପରେ ନିର୍ଦ୍ବନ୍ଦ୍ବରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ପିଏମଏଲ-ଏନ ନେତା ଶେହବାଜ୍ ଶରିଫ୍। କାଲି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ କୁରେଶୀ। ହେଲେ ଏବେ ମତଦାନର ଅବ୍ୟବହିତ ପୂର୍ବରୁ ସେ ନିଜ ପ୍ରାର୍ଥୀତ୍ବ ଫେରାଇ ନେଇଥିଲେ। କୁରେଶୀ ଦୌଡ଼ରୁ ଓହରିବା ପରେ ପିଏମଏଲ-ଏନ ନେତା ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ ହୋଇଛନ୍ତି।