ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା

ଭୁବନେଶ୍ୱର, ୧୭/୨: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୨୦ ହଜାର ୪୩୬ ବୁଥରେ ହେବ ନିର୍ବାଚନ। ସେଥିରୁ ୩ ହଜାର ୬୫ଟି ବୁଥ୍ ସମ୍ବେଦନଶୀଳ । ୪ ଟି ଜିଲ୍ଲାରେ ୨୫ଟି ସ୍ଥାନରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଛି ।୪ ଟି ଜିଲ୍ଲାରେ ୨୫ଟି ସ୍ଥାନରେ ପୁନଃ ମତଦାନ ପାଇଁ ପ୍ରସ୍ତାବ ଆସିଛି । ଯାଜପୁର ୧୧, ପୁରୀ ୫, ଢେଙ୍କାନାଳ ୪,ଭଦ୍ରକ ୫ଟି ସ୍ଥାନ ପାଇଁ ପ୍ରସ୍ତାବ ଆସିଛି । ରାଜ୍ୟ ନିର୍ବାଚନ କମିଶନ ପୁନଃ ନିର୍ବାଚନ ନେଇ ତର୍ଜମା କରୁଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତି ରକ୍ଷା ନେଇ ପୋଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି କମିଶନ।