ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ବାଧାପ୍ରାପ୍ତ ବୁଥ୍‌ରେ ୨୩ରେ ସାନି ମତଦାନ

ଭୁବନେଶ୍ୱର, ୧୯/୨: ରାଜ୍ୟରେ ଏବେ ପଂଚାୟତ ନିର୍ବାଚନ ପାଇଁ ରାଜନୈତିକ ମାହୋଲ ବେଶ ସରଗରମ ରହିଛି। ଏହାରିମଧ୍ୟରେ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ବାଧାପ୍ରାପ୍ତ ବୁଥ୍‌ରେ ସାନି ମତଦାନ ହେବ। ୨୩ରେ ସାନି ମତଦାନ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ୪୫ଟି ବୁଥରେ ହେବ ସାନି ମତଦାନ। ୨୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୦ଟି ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିଲା।