ବାଜିଲା ବିଗୁଲ, ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର, ୧୧/୧: ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ। ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ହେବାକୁ ଥିବା ବେଳେ  ୧୮ରେ ଦ୍ୱିତୀୟ ପର୍ଯ୍ୟାୟ, ୨୦ରେ ତୃତୀୟ ପର୍ଯ୍ୟାୟ, ୨୨ରେ ଚତୁର୍ଥ ପର୍ଯ୍ୟାୟ ଓ ୨୪ରେ ପଞ୍ଚମ ପର୍ଯ୍ୟାୟ ହେବ। ପଞ୍ଚାୟତ ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନର ଘୋଷଣା କରିଛନ୍ତି। ସବୁ ବ୍ଲକସ୍ତରରେ ଭୋଟ ଗଣତି ହେବ । ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ମତଦାନ ହେବ। ପ୍ରାର୍ଥୀ ଭୁଲ ତଥ୍ୟ ଦେଇଥିଲେ ଦଣ୍ଡିତ ହେବେ । ଏହାସହ କୋଭିଡ୍ ନିୟମ ଅନୁସାରେ ନିର୍ବାଚନ ଅନୁଷ୍ଠିତ ହେବ । ପଦଯାତ୍ରା, ବାଇକ୍ ଓ ସାଇକେଲ୍ ଶୋଭାଯାତ୍ରାକୁ ଅନୁମତି ନାହିଁ। ଭର୍ଚୁଆଲ ଓ ଡିଜିଟାଲ ପ୍ଲାଟଫର୍ମରେ ପ୍ରଚାର କରିବେ ପ୍ରାର୍ଥୀ । କେବଳ ୫ଜଣଙ୍କୁ ନେଇ ଘର ଘର ବୁଲି ପ୍ରଚାର କରିବାକୁ ଅନୁମତି ମିିଳିବ।