ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶିତ

ଭୁବନେଶ୍ୱର, ୧୩/୧: ଆଜି ନିର୍ବାଚନ ଅଧିକାରୀମାନେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଛି।

ଉଲ୍ଲେଖ ଯୋଗ୍ୟ ଯେ ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ହେବାକୁ ଥିବା ବେଳେ  ୧୮ରେ ଦ୍ୱିତୀୟ ପର୍ଯ୍ୟାୟ, ୨୦ରେ ତୃତୀୟ ପର୍ଯ୍ୟାୟ, ୨୨ରେ ଚତୁର୍ଥ ପର୍ଯ୍ୟାୟ ଓ ୨୪ରେ ପଞ୍ଚମ ପର୍ଯ୍ୟାୟ ହେବ।