ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡକୁ ନଜରରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୨୧/୧୧: ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି କ୍ରମରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହ ଶୃଙ୍ଖଳିତ ନୀତିକାନ୍ତି ଉପରେ ପ୍ରଶାସନ ଗରୁତ୍ୱାରୋପ କରିଛି । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ଗୁରତ୍ୱପୂର୍ଣ୍ଣ ବୈଠକ କରି ନିଷ୍ପତ୍ତି ନିଆଯାଇଛି ।

ସୂଚନାଯୋଗ୍ୟ ଯେ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇ ନଥିବାରୁ ଶ୍ରୀମନ୍ଦିରରେ ପ୍ରବେଶ କରିବାକୁ ଘଣ୍ଟା ଘଣ୍ଟା ଧରି ଧାଡିରେ ଠିଆ ହେବାକୁ ପଡୁଛି । ତେଣୁ ପଞ୍ଚୁକରେ ବଡଦାଣ୍ଡରେ ଅଧିକ ଭିଡ ହେବା ଅନୁମାନ କରି ପ୍ରଶାସନ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି ।