ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ

ଭୁବନେଶ୍ୱର,୧୬/୦୨: ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ଏକ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ପଙ୍କଜ ଲୋଚନ ମହାନ୍ତି ଓସିଏର ସଭାପତି ଭାବେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ଫେବୃଆରୀ ୨୩ରେ ଓସିଏ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୨ ତାରିଖରେ ନାମାଙ୍କନପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ତେବେ ଗତ ୧୨ ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ପଙ୍କଜ ଲୋଚନ ମହାନ୍ତି ନାମାଙ୍କନପତ୍ର ଦାଖଲ କରିଥିଲେ। ୧୪ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ, ୧୫ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଓ ୧୬ ତାରିଖରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଥିଲା।ଓସିଏ ସଭାପତି ପଦରୁ ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ କାର୍ଯ୍ୟକାରୀ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ଦାୟିତ୍ବ ତୁଲାଉଛନ୍ତି । ତେବେ କାର୍ଯ୍ୟକାଳ ଶେଷ ହେବାର ୧୦ ମାସ ପୂର୍ବରୁ ସେ ଇସ୍ତଫା ଦେଇଥିଲେ।