Paris Olympics 2024 update: ପ୍ୟାରିସ୍‌ ଅଲିମ୍ପିକ୍ସର ଚତୁର୍ଥ ଦିନ, ପୁଣି ଆଉ ଏକ ପଦକ ଆଣିଲା ଭାରତ

ନୂଆଦିଲ୍ଲୀ,୩୦/୦୭: ପ୍ୟାରିସ୍‌ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଭାରତକୁ ଆଉ ଏକ ଐତିହାସିକ ସଫଳତା ମିଳିଛି। ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ବର୍ଗରେ ବ୍ରୋଞ୍ଜ ଜିତିଛନ୍ତି ମନୁ ଭ‌ାକର ଓ ସରବଜୋତ ସିଂହ। ମହିଳା ୧୦ ମିଟର ଏୟାର ପିସ୍ତଲ୍‌ରେ ମନୁ ଭାକର ପ୍ରଥମ ପଦକ ଭେଟି ଦେଇଥିଲେ। ତା’ ସହିତ ସୁଟିଂରୁ ପଦକ ଜିତିବାରେ ୨୨ ବର୍ଷୀୟା ମନୁ ପ୍ରଥମ ଭାରତୀୟ ମହିଳା ଓ ୧୦ ମିଟର ଏୟାର ପିସ୍ତଲ୍‌ ବର୍ଗରେ ପଦକ ଜିତିବାରେ ପ୍ରଥମ ଭାରତୀୟ ହେବାର ଗୌରବ ଲାଭ କରିଥିଲେ। ୧୨ ବର୍ଷ ପରେ ଭାରତକୁ ବନ୍ଧୁକ ଚାଳନାରୁ ପଦକ ମିଳିଥିବ‌ା ବେଳେ ମନୁ ଭାରତକୁ ଏକାସାଙ୍ଗରେ ୨ଟି ପଦକ ଭେଟି ଦେଇଛନ୍ତି।