ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଅସୁସ୍ଥ

ଭୁବନେଶ୍ୱର,୨/୧: ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଅସୁସ୍ଥ ହୋଇଛନ୍ତି। ଥଣ୍ଡା, ଜ୍ୱର ସହ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଛାତିରେ କିଛି ମାତ୍ରାରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଛି । ତେବେ ପ୍ରତାପଙ୍କ କୋଭିଡ ରିପୋର୍ଟ ନେଗେଟିଭ ରହିଛି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଥିବା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।