ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସ ହେଲେ ପିସିସି ସଭାପତି

ଭୁବନେଶ୍ୱର, ୧୧/୦୨: ସବୁ କଳ୍ପନା ଜଳ୍ପନାର ଘଟିଲା ଅନ୍ତ। ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ । ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ନୂଆ ପିସିସି ମୁଖିଆ ଭାବେ ନିଯୁକ୍ତ କରିଛି ଏଆଇସିସି । ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପ୍ରେସ ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି । ତେବେ ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ, କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ ହାଇକମାଣ୍ଡ । ଏହାପରେ ପିସିସି ସଭାପତି ପଦରୁ ହଟିଥିଲେ ଶରତ ପଟ୍ଟନାୟକ । ଏହାପରେ  କିଏ କଂଗ୍ରେସର ନୂଆ ଓଡ଼ିଶା ମୁଖିଆ ହେବ, ତାକୁ ନେଇ ଚର୍ଚ୍ଚା ବଢିଥିଲା। ଆଉ ଏହାରି ଭିତରେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି କଂଗ୍ରେସର ହାଇକମାଣ୍ଡ ।

Leave a Reply

Your email address will not be published. Required fields are marked *