ଟ୍ରକ ଧକ୍କାରେ ୧୩ ଜଣଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୯/୧:ଗୁଜରାଟ କୋସମ୍ବାରେ ଟ୍ରକ ଧକ୍କାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତକଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ।