କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧/୩: ଦେଶରେ କରୋନା ପୁଣି ଥରେ ଆତଙ୍କ ଖେଳେଇଛି। ଏହାରି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକା ନେଇଛନ୍ତି। କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି ପ୍ରଧାନମନ୍ତ୍ରୀ। ଏହାସହ ସେ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ଅପିଲ ମଧ୍ୟ କରିଛନ୍ତି। ଅନ୍ୟପକ୍ଷରେ ଦେଶକୁ କରୋନା ମୁକ୍ତ କରିବାକୁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ।