ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ଗ୍ରହଣୀୟ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬/୧: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ଗ୍ରହଣୀୟ ନୁହେଁ। ଭାରତର ପ୍ରଧାନମନ୍ତ୍ରୀ ହେଉଛନ୍ତି ଏକ ଅନୁଷ୍ଠାନ । ଏହାର ଗାରିମା ଏବଂ ମର୍ଯ୍ୟାଦା ରକ୍ଷା କରିବା ସବୁ ସରକାରର ଦାୟିତ୍ବ।

ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ପଞ୍ଜାବରେ ମଝି ରାସ୍ତାରେ ଅଟକିଥିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ କାରକେଡ । ଫ୍ଲାଏଓଭର ଉପରେ ପ୍ରାୟ ୧୫ରୁ ୨୦ ମିନିଟ୍ ପ୍ରଧାନମନ୍ତ୍ରୀଙ୍କ କାରକେଡ ଫଶି ରହିଥିଲା । ଆଉ ଏହିଠାରୁ ସଭାସ୍ଥଳକୁ ଯିବା ପରିବର୍ତ୍ତେ ପୁଣିଥରେ ବିମାନବନ୍ଦର ଅଭିମୁଖେ ବାହାରିଥିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ । ଏହି ପ୍ରସଙ୍ଗ ରେ ଆଜି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ।