ଓଡିଶାବାସୀଙ୍କୁ ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩/୦୨: ଆଜି ସମ୍ବଲପୁରରେ  ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ପହଞ୍ଚି ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ । ଏହାସହ ଓଡିଶାବାସୀଙ୍କୁ ଭେଟି ଦେଇଛନ୍ତି ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଛି । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣ କରିଥିଲେ ।ଏହାପରେ ‘ବିଶାଳ ଗ୍ୟାରେଂଟି ସମାବେଶ’ ରେ ଯୋଗ ଦେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଛି ।