ଚଣ୍ଡୀଖୋଲରେ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୦୫/୦୩: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ ପହଁଚି ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିଛନ୍ତି  । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ, ରାଜ୍ୟପାଳଙ୍କ ସେ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଆଜି ଓଡ଼ିଶାରେ ବିକାଶର ନୂଆ ଧାରା ପ୍ରବାହିତ ହେବାକୁ ଯାଉଛି । ଆଜି ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ଅତୁଳନୀୟ । ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହୋଇଛି । ଏହି ବିକାଶମୂଳକ ପ୍ରକଳ୍ପ ଜରିଆରେ ନିଯୁକ୍ତି ସୃଷ୍ଟି ହେବ । ଆଜି ଦେଶରେ ଏମିତି ସରକାର ଅଛି ଯିଏ ବର୍ତ୍ତମାନ ପାଇଁ ଚିନ୍ତା କରୁଛି ଏବଂ ବିକଶିତ ଭାରତର ସଂକଳ୍ପର ନେଇ ଭବିଷ୍ୟତ ପାଇଁ ବି କାମ କରୁଛି । ଓଡ଼ିଶାକୁ ଆହୁରି ବିକାଶପଥରେ ଆଗେଇ ନେବାକୁ ଆମେ ସଂକଳ୍ପ ନେଇଛୁ । ଗତ ୧୦ ବର୍ଷରେ ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ସହଯୋଗ କରି ଆସିଛୁ ଏବଂ ଆଗକୁ ମଧ୍ୟ ସହଯୋଗ ଜାରି ରଖିବୁ ।