ଆସନ୍ତା ୧୭ରେ ଓଡିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର,୨୫/୦୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ଅର୍ଥାତ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ।

ସୂଚନାଯୋଗ୍ୟ, ରାଜ୍ୟରେ ସରକାରଙ୍କ ବହୁ ଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଏସ୍ଓପି ଜାରି ହୋଇଛି। ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଏ ସଂପର୍କରେ ଘୋଷଣା କରିଛନ୍ତି। ୨୧-୬୦ବର୍ଷର ମହିଳାଙ୍କୁ ବାର୍ଷିକ ୨ଟି କିସ୍ତିରେ ୧୦ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଆସନ୍ତା ୫ବର୍ଷରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ।