ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି,ବିମାନବନ୍ଦରରେ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭/୦୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବ ନିର୍ଦ୍ଧାରିତ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ସ୍ବାଗତ କରିଥିଲେ। ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ସିଧାସଳଖ ଗାଢକଣା ଅଭିମୁଖେ ବାହାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ପାରମ୍ପରିକ ନୃତ୍ୟ, ଗୀତ ଓ ବାଜାରେ ଲୋକେ ଝୁମୁଛନ୍ତି। ଏଣେ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଲୋକକଳା ଓ ଲୋକଗୀତରେ ଅଂଶଗ୍ରହଣ କରିଛନ୍ତି କଳାକାର।

Leave a Reply

Your email address will not be published. Required fields are marked *