ମାଡି ଆସୁଛି ବାତ୍ୟା ଦାନା, ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୪/୧୦: ମାଡି ଆସୁଛି ବାତ୍ୟା ଦାନା। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ।

Leave a Reply

Your email address will not be published. Required fields are marked *